ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ : ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି । ଗତକାଲି ସକାଳ ୫ଟା ୧୮ମିନିଟ୍‌ରେ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ବିଧି ମୁତାବକ ଅନ୍ୟ ନୀତି ପାଳନ କରାଯାଉଛି । ଅବକାଶ ନୀତି ସମ୍ପନ୍ନ ପରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶକୁ ଭକ୍ତମାନେ ଭିତରକାଠ ନିକଟରୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି । ଗତକାଲି ଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବାଳଭୋଗ ଲାଗି ହେବାର ପରମ୍ପରା ରହିଛି । କାର୍ତ୍ତିକ ବ୍ରତଧାରୀମାନେ ବ୍ରତ ପାଳନ କରୁଛନ୍ତି ।

Leave A Reply

Your email address will not be published.