ସ୍ୱର୍ଗତ ଜୟନ୍ତୀ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା, ପୂର୍ବତନ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସହଧର୍ମିଣୀ ଜୟନ୍ତୀ ପଟ୍ଟନାୟକଙ୍କ ଏକାଦଶାହ ଶନିବାର ଟଙ୍କପାଣି ରୋଡ୍‌ ସ୍ଥିତ ଏକ କଲ୍ୟାଣ ମଣ୍ଡପରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ ସେଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଜୟନ୍ତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌ଙ୍କ ସମେତ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ବଡ଼ଚଣା ବିଧାୟକ ଅମର ଶତପଥୀ, ବଡ଼ମ୍ବା ବିଧାୟକ ଦେବୀ ମିଶ୍ର, ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକ, ଦେବାଶିଷ ନାୟକ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ପ୍ରମୁଖ ଯୋଗଦେଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ସ୍ୱର୍ଗତା ଜୟନ୍ତୀଙ୍କ ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକଙ୍କ ସମେତ ସମ୍ପର୍କିୟମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

error: Content is protected !!