jsm

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉପଲକ୍ଷେ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି

csstore

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୫ତମ ଜୟନ୍ତୀ ଉପଲକ୍ଷେ ଆମ୍ବାଗାନ ନିକଟସ୍ଥ ପଣ୍ଡିତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମଂଚର ସାଧାରଣ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ଶିକ୍ଷାବିତ ପ୍ରଶାନ୍ତ କୁମାର ପତି, ସାମାଜିକ କର୍ମୀ ପଶୁପତିନାଥ ଚାଟାର୍ଜୀ, ଅଶୋକ ପଟ୍ଟନାୟକ, ଡ. ସୁମନ ଦତ୍ତ, କାଶୀନାଥ ନନ୍ଦୀ, ପ୍ରଫୁଲ୍ଲ ସାମଲ, ସଂଜୀବ କୁମାର ଭୋଇ, ଅରବିନ୍ଦ ପାତ୍ର ପ୍ରମୁଖ ଉପସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ସଭାପତି ଶ୍ରୀ ପତି, ଶ୍ରୀ ଚାଟାର୍ଜୀ, ଡ. ଦତ୍ତ, ଶ୍ରୀ ନନ୍ଦୀ ପଣ୍ଡିତଙ୍କ ସଂପର୍କରେ ଆଲୋଚନା କରିଥିଲେ । ଶେଷରେ ସଂପାଦକ ଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.