ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟସ୍ତରୀୟ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଏବଂ ଶହୀଦ ବାଜି ରାଉତଙ୍କ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ଏହି ଅବସରରେ ଜୟପ୍ରକାଶଙ୍କ ପ୍ରତିମୂର୍ତ୍ତିରେ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଏସ୍‌ଏସ୍‌ଇପିଡି୨ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସମେତ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଓ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦାନ କରି ଏହି ଦୁଇ ମହାପୁରୁଷଙ୍କ ସ୍ମୃତିଚାରଣ କରିଥିଲେ । ପ୍ରଫେସର ବ୍ରହ୍ମାନନ୍ଦ ଶତପଥୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.