ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୭ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଖାସ୍‌ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବୀନଙ୍କୁ ଫୋନ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ନବୀନ ମଧ୍ୟ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଅଶ୍ୱିନୀ ବୈଷ୍ଣବ, ନବୀନ ଜିନ୍ଦଲ ପ୍ରମୁଖ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ନବୀନ ମଧ୍ୟ ଟୁଇଟ୍‌ କରି ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.