ବିଜୁ ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ମ.ରାମପୁର, (ହେମନ୍ତ ସାହୁ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମ ଜୟନ୍ତୀ ଅବସରରେ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ରକ୍ତଦାନ ମହତ୍ ଦାନ ବୋଲି ଏହି କାର୍ଯ୍ୟକ୍ରମ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୂପିନ୍ଦର ସିଂହ ଯୋଗ ଦେଇଥିଲେ । ଏହି ରକ୍ତଦାନ ଶିବିରରେ ସରକାରୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ବିଜୁ ଯୁବ ଜନତା ଦଳ, ବିଜୁ ମହିଳା ଜନତା ଦଳ, ବିଜୁ ଛାତ୍ର ଜନତା ଦଳ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ମ.ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂଦେଓ, ଜିଲ୍ଲା ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ଲଳିତା ନାଏକ, ମ.ରାମପୁର ବ୍ଲକ ସଭାପତି ଗୋବିନ୍ଦ ପ୍ରସାଦ ଶତପଥୀ, କର୍ଲାମୁଣ୍ଡା ବ୍ଲକ ସଭାପତି ସୁରେନ୍ଦ୍ର ସାହୁ, ମ.ରାମପୁର ବିଜୁ ଯୁବ ଜନତା ଦଳ ସଭାପତି ସତ୍ୟ ନାରାୟଣ ସାହୁ, ସରପଞ୍ଚ ବୀଣାପାଣି ସାହୁ, ଯୁବ ନେତା ବିକାଶ ରଂଜନ ସିଂହଦେଓ, ଦେବେନ୍ଦ୍ର ପୋଢ଼, ଶୁଭମ୍ ମହାନ୍ତି, ରାମପୁର ପଞ୍ଚାୟତ ସଭାପତି ପ୍ରଦୀପ ପାଣିଗ୍ରାହୀ, ଛାତ୍ର ସଭାପତି ସୋମନାଥ ବାରିକ୍, କର୍ଲାମୁଣ୍ଡା ଯୁବ ସଭାପତି ସଙ୍ଗୀତ ଭୋଇ, ଛାତ୍ର ସଭାପତି ସଲିମ୍ ଶେଖର ରଣା ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ୧୯୧ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା ।

Leave A Reply

Your email address will not be published.