ଓଟିଇଟି ପାଇଁ ଆବେଦନ ତାରିଖ ବଢ଼ିଲା

କଟକ : ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୨ ଦ୍ୱିତୀୟ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆବେଦନ ତାରିଖ ବୃଦ୍ଧି କରାଯାଇଛି । ଆସନ୍ତା ୨୬ ତାରିଖ ୧୧ଟା ୪୪ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ । ଏ ନେଇ ବୋର୍ଡ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ଆବେଦନ ତାରିଖ ଗତ ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ରହିଥିଲା । ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ଉକ୍ତ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର କରାଯିବ । ୨ଟି ପେପରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ ।

Leave A Reply

Your email address will not be published.

error: Content is protected !!