jayashree

ଜିଲ୍ଲାର ରୋଗୀମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ୱର ଯିବା ଆବଶ୍ୟକ ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜିଲ୍ଲାର ରୋଗୀମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ୱର ଯିବା ଆବଶ୍ୟକ ନାହିଁ । ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ୱାସ୍ଥ୍ୟସେବା ପାଇପାରିବେ । ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେହିପରି ୧୫ ଶଯ୍ୟା ବିଶିଷ୍ଟ ଏସ୍‌ଏନ୍‌ସିୟୁ ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ଆଇସିୟୁ ବ୍ୟବସ୍ଥା କରାଯାଇଛି । ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ କେନ୍ଦ୍ରାପଡା ଜିଲ୍ଲାରେ ସ୍ୱସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି । ଏଥିରେ ୨୦୦ଟି ଶଯ୍ୟା ଥିବା ବେଳେ ଅତ୍ୟାଧୁନିକ ଓପିଡି ୟୁନିଟ୍, ୫ ଶଯ୍ୟା ବିଶିଷ୍ଟ ଟ୍ରମା ଆଇସିୟୁ, ରେଡିଓଲୋଜି, ଏମ୍‌ଆରଆଇ ତଥା ସିଟି ସ୍କାନ ଭଳି ସୁବିଧା ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.