ଭୁବନେଶ୍ୱର, (କେପିଏନ୍ଏସ୍) : ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ ଅକ୍ଟୋବର ୨୫ ତାରିଖ ମଂଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ୍ ଅନୁଷ୍ଠାନ ବନ୍ଦ ରହିବ ।