ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୬୮ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧, ବରଗଡରୁ ୨, ବଲାଙ୍ଗିରରୁ ୧, କଟକରୁ ୭, ଖୋର୍ଦ୍ଧାରୁ ୬, ମୟୁରଭଞ୍ଜରୁ ୧, ନୂଆପଡାରୁ ୨, ସମ୍ବଲପୁରରୁ ୫, ସୁନ୍ଦରଗଡରୁ ୧୩, ଷ୍ଟେଟପୁଲରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.