ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ନୂଆ ପ୍ରଚେଷ୍ଟା ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଣ-ସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ କର୍ମଚାରୀମାନଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ନୂଆ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି । ଏଥିପାଇଁ ଓଡ଼ିଶା ମୋଟର ଟ୍ରାନସପୋର୍ଟ୍ କର୍ମଚାରୀ ନିୟମ ପରିପ୍ରେକ୍ଷୀରେ ଏକ ସବିଶେଷ ଚିଠା-କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ । ମୋଟର କର୍ମଚାରୀମାନଙ୍କ କଲ୍ୟାଣ କାର୍ଯ୍ୟକ୍ରମ ନିମନ୍ତେ ଆବଶ୍ୟକ ହେଲେ ପ୍ରଚଳିତ ପୁରୁଣା ନିୟାମକରେ ସଂଶୋଧନ ଆଣିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ କହିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.