oom

ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦ୍‌ ଅନୁସାରେ ନଭେମ୍ବର ମାସ ୭ ତାରିଖ ସକାଳ ଘ ୧୦ଟା ୩୦ମିନିଟ ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ୧୪ ତାରିଖରେ ଗୁଡଭେଲା ବ୍ଲକ ଅନ୍ତର୍ଗତ ବୀରମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ, ୨୧ ତାରିଖରେ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଝଲପ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓ ୨୮ ତାରିଖରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।

jittmm
Leave A Reply

Your email address will not be published.