centurian jitm

ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୭ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୫୯ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଭଦ୍ରକରୁ ୧, ବଲାଙ୍ଗିରରୁ ୧, କଟକରୁ ୫, ଦେବଗଡରୁ ୨, ଖୋର୍ଦ୍ଧାରୁ ୮, କୋରାପୁଟରୁ ୧, ନୂଆପଡାରୁ ୨, ପୁରୀରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୧୧, ଷ୍ଟେଟ୍‌ପୁଲରୁ ୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.