csstore

ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଏହି ପରିପ୍ରେକ୍ଷୀରେ ଟାଉନ ଥାନାଠାରେ ସହରରେ ସିସିଟିଭି ସର୍ଭିଲାନ୍ସ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ତେବେ ଏହି ପ୍ରକଳ୍ପ ପାଇଁ ୧ କୋଟି ୨୦ ଲକ୍ଷ ଟଙ୍କାର ଅନୁଦାନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲାପାଳ ଚଞ୍ଚଳ ରାଣା, ଏସ୍‌ପି ନୀତିନ କୁଶଲକର, ପରିଷଦ ନିର୍ବାହୀ ଅଧିକାରୀ ଅଜିତ କୁମାର ମିଶ୍ର, ପୌରାଧ୍ୟକ୍ଷା ଲିକା ସାହୁ, ପୂର୍ବତନ ସାଂସଦ କଳିକେଶ ସିଂଦେଓ, ନିର୍ବାହୀ ଅଧିକାରୀ ସାମିରେଡ୍ଡି ଜୟଶ୍ରୀ, ଏସ୍‌ଡିପିଓ ତୋଫାନ ବାଗଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.