ବିପ୍ଲବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦର ମିଳିତ ଆନୁକୂଲ୍ୟରେ ମହାନ୍ ବିପ୍ଲବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଇଛି । ଜୟଦେବ ଭବନରେ ଆୟୋଜିତ ସାଧାରଣ ସଭାରେ ଶହୀଦ ରାଜଗୁରୁ ପରମ ଦେଶଭକ୍ତ, ବିଚକ୍ଷଣ କୂଟନୀତିଜ୍ଞ ଓ ଶ୍ରେଷ୍ଠ ସଂଗଠକ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ସଭାରେ ଝଗଋଙୟସଗ୍ଦଷବ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇ ଶହୀଦ ଜୟୀ ରାଜଗୁରୁଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ । ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ସଭାରେ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.