ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୧ ଜଣ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୩ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେନ୍ଟାଇନ୍ରୁ ଏବଂ ୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ବାଲେଶ୍ୱରରୁ ୧, କଟକରୁ ୪, ଦେବଗଡରୁ ୨, ଯାଜପୁରରୁ ୨, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୩, ସମ୍ବଲପୁରରୁ ୧, ସୋନପୁରରୁ ୧, ସୁନ୍ଦରଗଡରୁ ୫, ଷ୍ଟେଟପୁଲରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।