ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର : ନଭେମ୍ବର ୨୪ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟ ଦିବସ ରହିବ । ୫ ଦିନ ଛୁଟି ରହିବ ବିଧାନସଭା । ଅଧିବେଶନର ପ୍ରଥମ ଦିନ ଅତିରିକ୍ତ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ବିଧାନସଭା ପରିଚାଳନା ପାଇଁ ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଯିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.