ପଞ୍ଚୁକର ଦ୍ୱିତୀୟ ଦିବସ : ଆଜି ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ

ପୁରୀ : କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ପଞ୍ଚୁକର ଦ୍ୱାଦଶୀ ତିଥିରେ ଆଜି ଭକ୍ତମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି । ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ଲାଗି ରହିଛି । ଶୁକ୍ରବାର ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ନିଜକୁ ଧନ୍ୟ ମନେ କରିଥିଲେ । ତେବେ ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ବାଙ୍କଚୂଡ଼ ବେଶ ତଥା ବାମନ ବେଶ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ହବିଷ୍ୟାଳୀଙ୍କ ସହ ଭକ୍ତଙ୍କ ପ୍ରବଳ ଭିଡ ଜମିଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Leave A Reply

Your email address will not be published.