ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଯାଇଛି । ସୂଚନା ଅନୁସାରେ, ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ପଦ୍ମପୁର ଉପନିର୍ବାଚନ । ନଭେମ୍ବର ୧୦ ତାରିଖରେ ଏ ନେଇ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି । ୧୭ରେ ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ​ ୧୮ରେ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ରହିଛି । ସେହିଭଳି ନଭେମ୍ବର ୨୧ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବାବେଳେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବାବେଳେ​ ୮ ତାରିଖରେ ଭୋଟ ଗଣତି ହେବ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଦିବଙ୍ଗତ ବିଧାୟକ ବିଜୟରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଖାଲି ପଡ଼ିଥିଲା ଏହି ଆସନ ।

Leave A Reply

Your email address will not be published.