centurian jitm

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

nschool
  • ବିଭିନ୍ନ ୩୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନ ସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୩ ଗୋଟି ଓ ସାମୁହିକ ଦରଖାସ୍ତ ୦୭ ଗୋଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରେ ଗୋଟିଏ ଦରଖାସ୍ତ ସିଏମ୍‌ଆର୍‌ଏଫ୍‌ରୁ ଆର୍ଥିକ ସହଯୋଗ ନିମନ୍ତେ ରହିଥିବା ସୂଚନା ଦିଆଯାଇଛି । ୦୩ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଏବିଡିଓ, ସୋନପୁର- ଶଶି ଭୂଷଣ ପଧାନଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ – ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଏସ୍‌ଇପିଡବ୍ଲୁଡି ଇଂ ଦାମୋଦର କୈବର୍ତ୍ତ, ଡିଏମ୍‌ଓ ଡ଼ଃ ଦୈତ୍ୟ ନାରାୟଣ ପାଢ଼ୀ, ସିଏସ୍‌ଓ ସୁରେଶ ପାଣିଗ୍ରାହୀ, ଏଡିଇଓ ମଞ୍ଜୁଲତା ଭୋଇ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟାଂଶୁ ରୁଟ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Leave A Reply

Your email address will not be published.