
ଭୁବନେଶ୍ୱର : ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବିମାନବନ୍ଦରଠାରୁ ରାଜଭବନ ଯାଏ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ । ୫୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବା ସହ ୩୦୦ ପୋଲିସ ଅଧିକାରୀ ଦାୟିତ୍ୱରେ ରହିବେ । ଏଥିପାଇଁ ବୁଧବାର ପୋଲିସ ପକ୍ଷରୁ ଫୁଲ୍ ଡ୍ରେସ୍ ରିହର୍ସାଲ କରାଯିବ । ଅନ୍ୟପଟେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତକୁ ନେଇ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଆଜି ମଧ୍ୟ ପୁରୀରେ କାର୍କେଡ୍ ରିହର୍ସାଲ ହେବ ।