ନଭେମ୍ବର ୧୦ ଓ ୧୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୧୦ ଓ ୧୧ ନଭେମ୍ବର, ୨୦୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭାରତର ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ।

୧୦ ନଭେମ୍ବର, ୨୦୨୨ରେ ରାଷ୍ଟ୍ରପତି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହାପରେ ସେ ଭୁବନେଶ୍ବରରେ ପହଞ୍ଚିବେ ଏବଂ ସେଠାରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ନେତୃବର୍ଗଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ସେହି ସନ୍ଧ୍ୟାରେ, ରାଷ୍ଟ୍ରପତି ଭୁବନେଶ୍ବର ରାଜ ଭବନ ପରିସରରେ ତାଙ୍କ ସମ୍ମାନରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ ।

୧୧ ନଭେମ୍ବର ୨୦୨୨ରେ ରାଷ୍ଟ୍ରପତି ଭୁବନେଶ୍ବର ଠାରେ ତପୋବନ ଉଚ୍ଚ ବିଦ୍ୟାଳୟ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ୟୁନିଟ-୨ସ୍ଥିତ କୁନ୍ତଳା କୁମାର ସାବତ ଆଦିବାସୀ ବାଳିକା ଛାତ୍ରାବାସ ପରିଦର୍ଶନ କରିବେ ଏବଂ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହିତ ମତବିନିମୟ କରିବେ । ସେହିଦିନ ସେ ଭୁବନେଶ୍ବରସ୍ଥିତ ଜୟଦେବ ଭବନ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ।

Leave A Reply

Your email address will not be published.

error: Content is protected !!