କଲେଜ ଛକ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : କଲେଜ ଛକ ସରସ୍ୱତୀ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ଲିକା ସାହୁ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ରାଜେନ୍ଦ୍ର କଲେଜ ଅଧ୍ୟାପକ ସଂଜୟ ସିଂହ, ପରିଚାଳନା କମିଟିର ସଭାପତି ସୁନୀଲ ପଣ୍ଡା ଅଧ୍ୟକ୍ଷତା କରିଥିଲେ । ଶିଶୁ ମନ୍ଦିରର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ସଂଯୋଜନା କରିଥିଲେ ମନୋରମା ପାଣିଗ୍ରାହୀ । ସ୍କୁଲ କର୍ମଚାରୀ ଓ ପୂର୍ବ ଖେଳ ଶିକ୍ଷକ ଏବଂ ପରିଚାଳନା କମିଟି ସଦସ୍ୟ ନୀଳାଚଳ ଚିରଗୁନ ସହଯୋଗ କରିଥିଲେ ।

Leave A Reply

Your email address will not be published.