ପଦ୍ମପୁର ଉପନିର୍ବାଚନରେ ସତ୍ୟ ଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ଗତକାଲି ବିଜେପି ତା’ର ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯାଇଛି । ଆଜି କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ପଦ୍ମପୁର ଉପନିର୍ବାଚନ ପାଇଁ ସତ୍ୟ ଭୂଷଣ ସାହୁଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି । ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଏକ ପ୍ରେସ୍ ରିଲିଜ୍ ଜରିଆରେ ଏହା ଘୋଷଣା କରାଯାଇଛି । ସତ୍ୟ ଭୂଷଣଙ୍କ ପ୍ରାର୍ଥୀତ୍ୱକୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ମଂଜୁରୀ ପ୍ରଦାନ କରିଥିବା ଜଣାପଡ଼ିଛି ।

Leave A Reply

Your email address will not be published.