ଅଗ୍ନିବିପନ୍ନ ପରିବାରଙ୍କୁ ସହାୟତା ଦେଲେ ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟି ତିନି ଗୋଟି ଘର ନିଆଁ ଲାଗି ସମ୍ପୂର୍ଣ୍ଣ ପୋଡ଼ିଯାଇଛି । ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିବା ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇ ସାନ୍ତ୍ୱନା ଦେବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସ୍ଥାନୀୟ ତହସିଲଦାର ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.