କୁମ୍ଭୀର ଗଣନା ସକାଶେ ଭିତରକନିକାରେ ପର୍ଯ୍ୟଟକଙ୍କୁ ପ୍ରବେଶ ମନା

ରାଜନଗର : ବିରଳ ବଉଳା କୁମ୍ଭୀରଙ୍କ ଏନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଜାନୁଆରୀ ୪ ତାରିଖରୁ ୧୪ ତାରିଖ ଯାଏଁ ୧୦ ଦିନ ଧରି କୁମ୍ଭୀରମାନଙ୍କର ଗଣନା କରାଯିବ ବୋଲି ଜଣାପଡିଛି । ଜାନୁଆରୀ ୧୫ରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ ।

Leave A Reply

Your email address will not be published.