centurian jitm

ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଶ୍ରୀପୁରୁଷୋତ୍ତମ ପଞ୍ଚାୟତର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଳନ୍ଧର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ସିଆର୍‌ସିସି ପବିତ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଶିକ୍ଷକ ରତ୍ନାକର ଚମ୍ପତି, ସ୍ନେହଲତା ସାହୁ ପ୍ରମୁଖ ଯୋଗ ଦେଇଥିଲେ । ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ନୃତ୍ୟ ଗୀତ, ଦୌଡି ଡିଆଁ, ଅଖା ଦୌଡ଼ ସାଂସ୍କୃତିକ ରଂଗୋଲି କାର୍ଯ୍ୟକ୍ରମ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାିଛି । କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥିଙ୍କ ଦ୍ଵାରା ସିଲ୍‌ କପ୍‌ ଖାତା କଲମ ଓ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା । ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ ଛାତ୍ର ଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

Leave A Reply

Your email address will not be published.