ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଉଚବାହାଲ ଠାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲୋୟର ସୁକୁତେଲ ସମ୍ବନ୍ଧରେ ସ୍ଥାନୀୟ ଗ୍ରାମବାସୀଙ୍କ ସହ ପ୍ରଶାସନ ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଏସ୍ପି ନୀତିନ କୁଶଳକର, ଉପଜିଲ୍ଲାପାଳ, ବିଡ଼ିଓ, ତହସିଲଦାର, ଏସଡ଼ିପିଓ, ଆଇଆଇସି, ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇଥିବା ବେଳେ ଉଚାବାହାଲ ଗ୍ରାମବାସୀ ମଧ୍ୟ ଉପସ୍ଥିତ ଥିଲେ ।