ବିଦ୍ୟୁତ୍‌ ଆଘାତରେ ମହିଳା ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଦ୍ୟୁତ୍‌ ଆଘାତରେ ବଲାଙ୍ଗିର ସଦର ବ୍ଲକ ଖୁଣ୍ଟପାଲି ଗ୍ରାମର ତପସ୍ୱିନୀ ପଟେଲ ନାମ୍ନୀ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ତପସ୍ୱିନୀ ତାଙ୍କ ଘରେ କିଛି କାମ କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ପାଇଥିଲେ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ଚିକିତ୍ସା ପାଇଁ ଆଣିଥିଲେ । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସଦର ପୁଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି ।

Leave A Reply

Your email address will not be published.