oom

ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ନଭେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଝାରମୁଣ୍ଡା ଗ୍ରାମ ପଞ୍ଚାୟତ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୁଷଣ, ଲୋଇସିଂହା ବିଡିଓ ଆକାଶ ରଞ୍ଜନ ସାହୁ, ତହସିଲଦାର ସଙ୍ଘମିତ୍ରା କାଲୋଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅଞ୍ଚଳର ବିଭିନ୍ନ ସମସ୍ୟାମୂଳକ ମୋଟ ୧୩୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୨୨ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୧୧ ଗୋଟି ଗ୍ରାମ୍ୟ ସମସ୍ୟାମୂଳକ ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ଭିନ୍ନକ୍ଷମଙ୍କୁ ବିବାହ ପ୍ରୋତ୍ସାହନ ଯୋଜନା ଜରିଆରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଗ୍ରାମର ଦୁର୍ଯ୍ୟୋଧନ କଲେତ ଓ ମମତା କୁମ୍ଭାରଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଥିଲା । ମଧୁବାବୁ ପେନସନ ଯୋଜନାର ୧୫ ଜଣ ହିତାଧିକାରୀଙ୍କୁ ୫୦୦ ଟଙ୍କା ଭତ୍ତା ଏବଂ ଶୀତବସ୍ତ୍ର କ୍ରୟ ନିମନ୍ତେ ୩୦୦ ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା । ୪ ଜଣ ହିତାଧିକାରୀଙ୍କ ବିଧବା ଭତ୍ତା ମଞ୍ଜୁର କରାଯାଇ ମଞ୍ଜୁରୀପତ୍ର ପ୍ରଦାନ କରାଯାଇଥିଲା । ସେହିପରି ଚିକିତ୍ସା ସହାୟତା ବାବଦରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ସରଗାଡ ଗ୍ରାମର ଦୟାନିଧି ବିଶ୍ଵାଳ ଓ ଲୁହୁରାମୁଣ୍ଡା ଗ୍ରାମର ଚମ୍ପାବତୀ ନାଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ଚେକ୍‌ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.