ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫୁଡ୍ କୋର୍ଟ ଉଦ୍‌ଘାଟିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଚକ୍ରତୀର୍ଥ ରୋଡ ସ୍ଥିତ ୟୁଥ ହଷ୍ଟେଲ ନିକଟରେ ପର୍ଯ୍ୟଟନ ବିଭାଗ ସହାୟତାରେ ଏସଏସ କନସୋରିଟିୟମର ଭିବ୍ରାନ୍ସ ନାମରେ ଏକ ଫୁଡ କୋର୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ପୁରୀ ଧାର୍ମିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ଗୁରୁତ୍ୱ ବହନ କରୁଥିବାରୁ ଏହି ଫୁଡ କୋର୍ଟ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ବେଶ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏହି ଅବସରରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ବରିଷ୍ଠ ସେବାୟତ ରାମକୃଷ୍ଣ ଦାଶ ମହାପାତ୍ର, ଏସଏସ କନସୋରିଟିୟମର ଏମଡି ଶୁଭେନ୍ଦୁ ଶେଖର ମହାପାତ୍ର, ମାନେଜିଂ ପାର୍ଟନର ସ୍ମୃତି ରଞ୍ଜନ ପରିଡା ପ୍ରମୁଖ ଉପସ୍ଥିତ ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ପୁରୀ ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସରୋଜ କୁମାର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.

15 + nineteen =