oom

‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ୱରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ସାହିତ୍ୟର ଯଶସ୍ୱୀ ସାଧକ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ୱରଠାରେ ‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହା ସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତ ୨୮ ତାରିଖ ଦିନ ନିଖିଳ ଓଡିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ୱଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ ।

ଏହାଦ୍ୱାରା ଦୂରଦୂରାନ୍ତରରୁ ପାଠ ପଢିବାକୁ ଆସୁଥିବା ଛାତ୍ରଛାତ୍ରୀ ମାନଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକମାନଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା ।

ସୂଚନାଯୋଗ୍ୟ ଯେ, ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବା ପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ୱଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

jittmm
Leave A Reply

Your email address will not be published.