pr

ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଶୋକ ପ୍ରକାଶ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ବୈଷ୍ଣବ ଜେନାଙ୍କ ବିୟୋଗରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଗଭୀର ଶୋକ ପ୍ରକାଶ କରାଯାଇଛି । ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଏହି ବରିଷ୍ଠ ସାମ୍ବାଦିକଙ୍କ ପରଲୋକରେ ଶୋକ ବ୍ୟକ୍ତ କରିବା ସହିତ ଦିବଂଗତ ଅମରାତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ବିଭାଗ ତରଫରୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଭୁବନେଶ୍ୱର ପଠାଣି ରାଉତ ସ୍ୱର୍ଗତ ଜେନାଙ୍କ ଭୁବନେଶ୍ୱର ୟୁନିଟ-୩ ସ୍ଥିତ ବାସ ଭବନକୁ ଯାଇ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ଶେଷ ଦର୍ଶନ କରିଥିଲେ ।

nrusinghnath
Leave A Reply

Your email address will not be published.