oom

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଡିଏଫଓ ନିତୀଶ କୁମାର, ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୁଷଣ, ଜିଲ୍ଲା ପରିଷଦର ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଡ଼ ଗୁଣନିଧି ନାଏକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାର ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୫୩ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୫୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୨ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ୩୦ ଗୋଟି ଅଭିଯୋଗ ଦରଖାସ୍ତ ର ତତକ୍ଷଣାତ ସମାଧାନ କରାଯାଇଥିଲା । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଚିକିତ୍ସା ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଡାହିମାଲ, ଗୁଡଭେଲାର ଦେବରାଜ ରଣାଙ୍କୁ ୫ ହଜାର ଟଙ୍କା, ନୂଆଁପାଲି, ଆଗଲପୁରର ପୂର୍ଣମୀ ସାହୁଙ୍କୁ ୫ ହଜାର ଟଙ୍କା, ସିନ୍ଦୁରବାହାଲ, ସଦେଇପାଲିର ସୁଦେବ ନନ୍ଦଙ୍କୁ ୪ ହଜାର ଟଙ୍କା ଓ ମେହେରମୁଣ୍ଡାର ମିଥିଳା ନାଏକଙ୍କୁ ୧୦ ହଜାର ଟଙ୍କା ର ସହାୟତା ରାଶି ଚେକ ମାଧ୍ୟମରେ ପ୍ରଦାନ କରାଯାଇଥିଲା ।

jittmm
Leave A Reply

Your email address will not be published.