- ବିଭିନ୍ନ ୪୯ ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, (କେପିଏନ୍ଏସ୍) : ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୯ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି, ସାମୁହିକ ଦରଖାସ୍ତ ୦୫ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ଗ୍ରହଣ କରାଯାଇଥିବା ଅଭିଯୋଗ ଦରଖାସ୍ତକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ(ଏବିଡ଼ିଓ), ବିନିକା ପ୍ରଜ୍ଞା ପାଣିଗ୍ରାହୀଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ପି. କୁଜୁର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ତହସିଲଦାର ବିନିକା, ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ ପ୍ରମୁଖ ଯୋଗଦାନ କରିଥିଲେ ।