ଭୁବନେଶ୍ୱର, (କେପିଏନ୍ଏସ୍) : କୋଭିଡ଼ ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏବେ ଚାଲିଥିବା ଟେଷ୍ଟିଂ ଚାଲୁ ରଖିବାକୁ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଏବେ ୩ ପ୍ରମୁଖ ମେଡିକାଲ କଲେଜରେ ୨୦ଟି ଲେଖାଏଁ ବେଡ୍ ପ୍ରସ୍ତୁତ ରହିଥିବା ସୂଚନା ମିଳିଛି । ପରିସ୍ଥିତି ଉପରେ ନଜର ରଖି ପରେ ବେଡ୍ ସଂଖ୍ୟା ବୃଦ୍ଧି ହେବ ବୋଲି ସୂଚନା ମିଳିଛି ।