jayashree

କେରାଣ୍ଡିତୋଳା ନାରାୟଣପୁର ଗ୍ରାମରେ ଅସହାୟ ବ୍ୟକ୍ତିଙ୍କୁ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ରାଧେ ଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଶନିବାର ଅସହାୟ ବରିଷ୍ଠ ନାଗରିକମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି । ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ଗ୍ରାମର ଶ୍ରୀ ଚନ୍ଦ୍ରଶେଖର ମନ୍ଦିର ପ୍ରାଙ୍ଗଣରେ ଟ୍ରଷ୍ଟର ସଭାପତି ତଥା କାଉନସିଲର ଦେବାଶିଷ ମିଶ୍ରଙ୍କ ପୌରାହିତ୍ୟରେ ଗ୍ରାମର ୪୦ରୁ ଉର୍ଦ୍ଧ୍ୱ ଅସହାୟ ବରିଷ୍ଠ ନାଗରିକମାନଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ପ୍ରେସ କ୍ଲବର ସଭାପତି ପ୍ରଶାନ୍ତ କୁମାର ମହାରଣା ଓ କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚର ସଂଯୋଜକ ତଥା ବିଶିଷ୍ଟ ଶିକ୍ଷାବିତ କାମରାଜୁ ମହାରଣାଙ୍କ ସଂଯୋଜନାରେ ରାଧେ ଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଶୀତବସ୍ତ୍ର ଯଥା କମ୍ବଳ ବଣ୍ଟନ କରାଯାଇଛି । ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟର ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ସମ୍ପାଦିକା ଝିଲିବାଳା ରାଉତ, ଯୁଗ୍ମ ସମ୍ପାଦିକା ଗୀତାଞ୍ଜଳି ସାହୁ, କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚର ସଭାପତି ନରହରି ପ୍ରଧାନ, ସମ୍ପାଦକ ବାଉରୀ ବନ୍ଧୁ ସାହୁ, ଉପସଭାପତି ଲକ୍ଷ୍ମଣ ପାଣିଗ୍ରାହୀ ଓ ଘନଶ୍ୟାମ ସାହୁ, ଯୁଗ୍ମ ସମ୍ପାଦକ ସନ୍ତୋଷ ମହାରଣା, କୋଷାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ ବରିଷ୍ଠ ନାଗରିକମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରିଥିଲେ । ପ୍ରାରମ୍ଭରେ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ମଞ୍ଚର ବିଭିନ୍ନ ଜନହିତକର କାର୍ଯ୍ୟକ୍ରମ ଉପରେ ସଂଯୋଜକ କାମରାଜୁ ମହାରଣା ଆଲୋକପାତ କରିଥିଲେ । ପ୍ରଥମେ ଉକ୍ତ ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଆଗାମୀ ଦିନରେ କେରାଣ୍ଡିତୋଳା ଗ୍ରାମରେ ରାଧେ ଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର କରାଯିବା ବୋଲି ଟ୍ରଷ୍ଟର ସଭାପତି ଦେବାଶିଷ ମିଶ୍ର ପ୍ରତିଶ୍ରୁତି ଦେଇଛନ୍ତି ।

Leave A Reply

Your email address will not be published.