ଉଦ୍‌ଘାଟନୀ ସମାରୋହରେ ଭବ୍ୟ ଶୋଭାଯାତ୍ରା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଧନୁଯାତ୍ରା ମହୋତ୍ସବର ହୀରକ ଜୟନ୍ତୀ ସମାରୋହରେ ଆଜି ପ୍ରଚାର ପ୍ରସାର କମିଟି ପକ୍ଷରୁ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି । ଗାନ୍ଧୀ ଛକ ଠାରେ ଜିଲ୍ଲାପାଳ ମନୀଷା ବାନାର୍ଜୀ, ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୦ଟି ସାଂସ୍କୃତିକ ଦଳ ଅଂଶଗ୍ରହଣ କରିଥିଲେ । କମିଟି ଆବାହକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ କଲ୍ୟାଣୀ ଦାସ, ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ଵର ଶତପଥୀ, ରବିନାରାୟଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.