ହକି ବିଶ୍ୱକପ୍‌ ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର : ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି । ତେବେ ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ୫୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ହେବେ । ଏଥିସହ ବିମାନବନ୍ଦରରେ ଏବଂ ହୋଟେଲରେ ୨୪ ଘଣ୍ଟିଆ ପୋଲିସ ମୁତୟନ ରହିବେ । ସୂଚନାଯୋଗ୍ୟ ଯେ, ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ । ସେଥିପାଇଁ ରାଜ୍ୟ ସରକରାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋର ଚାଲିଛି । ଦ୍ୱିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ୱକପ ଆୟୋଜନ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ।

Leave A Reply

Your email address will not be published.