ଆଉ ନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’

ନୂଆଦିଲ୍ଲୀ : ଆଉ ନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ । ୧୦୦ ବର୍ଷ ବୟସରେ ଦୁନିଆକୁ ବିଦାୟ ଦେଲେ ହୀରାବେନ୍ । ନିଶ୍ୱାସ ନେବାରେ ଅସୁବିଧା ଏବଂ ରକ୍ତଚାପର ସମସ୍ୟା ଯୋଗୁଁ ତାଙ୍କୁ ଗୁଜୁରାଟର ଅହମ୍ମଦାବାଦ ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ତାଙ୍କର ଦେହାନ୍ତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ମା’ଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି, ‘ଈଶ୍ୱରଙ୍କ ଚରଣରେ ସୁନ୍ଦର ଶତାବ୍ଦୀର ବିରାମ । ମା’ ଭିତରେ ମୁଁ ସବୁବେଳେ ତ୍ରିମୂର୍ତ୍ତିର ଅନୁଭବ କରିଛି, ଯାହା ଭିତରେ ଗୋଟିଏ ତପସ୍ୱୀର ଯାତ୍ରା, ସ୍ୱାର୍ଥହୀନ କର୍ମଯୋଗୀର ପ୍ରତୀକ ଓ ମୂଲ୍ୟ ପ୍ରତି ପ୍ରତିବଦ୍ଧ ଜୀବନ ସମାହିତ ରହିଛି ।’

Leave A Reply

Your email address will not be published.