csstore

ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବଙ୍ଗୋମୁଣ୍ଡାକୁ ହରାଇ ଫାଇନାଲରେ କଣ୍ଟାବାଞ୍ଜି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଚତୁର୍ଥ କ୍ୱାର୍ଟର ଫାଇନାଲରେ କଣ୍ଟାବାଞ୍ଜି ଦଳ ଓ ବଙ୍ଗୋମୁଣ୍ଡା ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ବଙ୍ଗୋମୁଣ୍ଡା ଦଳକୁ କଣ୍ଟାବାଞ୍ଜି ଦଳ ପେନାଲଟିକ ସୁଟଆଉଟ ଦ୍ଵାରା ପରାସ୍ତ କରି ଫାଇନାଲକୁ ପ୍ରବେଶ କରିଛି । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ବଙ୍ଗୋମୁଣ୍ଡା ଚଉଷଠୀ ଯୋଗିନୀ ସାହିତ୍ୟ କଳା ପରିଷଦର ସଭାପତି ଡଃ ନାରାୟଣ ମିଶ୍ର ମଂଚାସୀନ ହୋଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଫୁଟବଲ ଆସୋସିଏସନ୍‌ର ସଭାପତି ରାଜିନ୍ଦ୍ର ଭୋଇ, ସମ୍ପାଦକ ଗଣାଧିଶ ଦାସ, ମେନଜର ବିଶ୍ୱନାଥ ସାହୁ, ଦେବଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କବିନାରାୟଣ ବେହେରା, ପତ୍ରାପାଲି ଗ୍ରାମ ପଞ୍ଚା (କ)ର ସରପଞ୍ଚ ରାଧେକୃଷ୍ଣ ଦୀପ, ସମିତି ସନ୍ୟାସି ପୁଟେଲ ଓ ପୂର୍ବତନ ଖେଳାଳି ବିଜେକାନ୍ତ ଭୋଇ ଯୋଗ ଦେଇଥିଲେ । ରେଫରି ବିବଚ୍ଛ ମାଝୀ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ବୈଷ୍ଣବ ତାଣ୍ଡି ଓ ନବୀନ ସରାଫ ସହଯୋଗ କରିଥିଲେ । ଆୟୋଜକ କମିଟିର ସଭାପତି ରାଜେନ୍ଦ୍ର ଭୋଇ, ସମ୍ପାଦକ ଗଣାଦୀପ ଦାସ, ସହ ସମ୍ପାଦକ ମୋହନ ନେଉରା, ସଂଗଠକ ନେତ୍ରମଣି ଭୋଇ, ଡୋଳାମଣି ଦାସ, ତ୍ରିନାଥ ଭୋଇ, ସୁଧାଂଶୁ ଭୋଇ, ସହିଦ ମହମ୍ମଦ ପ୍ରମୁଖଙ୍କ ସହ ଆୟୋଜକ କମିଟିର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ । ଆସନ୍ତା ଜାନୁଆରୀ ୩ ତାରିଖ ଦିନ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

jayashree
Leave A Reply

Your email address will not be published.