oom

ମହୋଦଧି ଆଳତୀ ଉତ୍ସବ ପାଳନ ନେଇ ପ୍ରସ୍ତୁତି ବୈଠକ

jsmm

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଚଳିତ ମାସ ୬ ତାରିଖ ଅପରାହ୍ନରେ ସ୍ୱର୍ଗଦ୍ଵାର ସମ୍ମୁଖ ସମୁଦ୍ର କୂଳରେ ମହୋଦଧି ଆଳତୀ ଉତ୍ସବ ପାଳନ କରାଯିବ । ଏଥି ନିମନ୍ତେ ଚୂଡାନ୍ତ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ଏହି କାର୍ଯ୍ୟକ୍ରମକୁ ଭବ୍ୟ ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବା ସହ ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ୱକୁ ସଠିକ ଭାବେ ନିର୍ବାହ ପାଇଁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ ପ୍ରାରମ୍ଭିକ ସୂଚନା ଦେବା ସହ ପୂର୍ବ ପ୍ରସ୍ତୁତି ଅନୁସାରେ ସମସ୍ତ କାର୍ୟ୍ୟକୁ ତ୍ୱରାନ୍ୱିତ କରି ସହଯୋଗର ସହ ଏହାକୁ ସଫଳ କରିବାକୁ ମତ ଦେଇଥିଲେ । ତୀର୍ଥରାଜ ଶ୍ରୀ ମହୋଦଧି ଆରତୀ ପରିଚାଳନା ସମିତିର ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ଖୁଣ୍ଟିଆ ଏଥିରେ ପୂଜ୍ୟପାଦ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଜୀ ମହାରାଜ, ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ସାଧୁ ସନ୍ଥ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି ବୋଲି କହିଥିଲେ ।

jittmm
Leave A Reply

Your email address will not be published.