oom

ଠାକୁର ଅନୁକୂଳଚନ୍ଦ୍ରଙ୍କ ଶତବାର୍ଷିକୀ ସମାବେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

jsmm

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଚଳିତ ୮ ତାରିଖରେ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ କମ୍ପ୍ଲେକ୍ସଠାରେ ଅନୁଷ୍ଠିତ ହେବ ଠାକୁର ଅନୁକୂଳଚନ୍ଦ୍ରଙ୍କର ଉତ୍କଳ ଆଗମନର ୧୦୧ତମ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କର ଯୋଗଦାନର ସମ୍ଭାବନା ରହିଛି । ଏହାକୁ ଶୃଙ୍ଖଳିତ ଓ ସୁଚାରୁ ରୂପେ ସମ୍ପନ୍ନ କରିବାକୁ ଚୂଡାନ୍ତ ପ୍ରସ୍ତୁତି ବୈଠକ ଗତକାଲି ଅପରାହ୍ନରେ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରିବା ସହ ପୂର୍ବ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଅତ୍ୟନ୍ତ ଶୃଙ୍ଖଳା ଓ ସୁଚାରୁ ରୂପେ ଏହି କାର୍ଯ୍ୟକ୍ରମକୁ ସମ୍ପନ୍ନ କରିବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରିବା ସହ ପୂର୍ବରୁ ଏ ସମ୍ପର୍କରେ ବୈଠକ ଆହ୍ୱାନ କରାଯାଇ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି ବୋଲି ସୂଚନା ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସ୍‌ପି ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ପୁରୀ ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଅଜିତ କୁମାର ମହାପାତ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ପର୍ଯ୍ୟଟନ ବିଭାଗ ସହକାରୀ ନିର୍ଦ୍ଦେଶକ ସରୋଜ କୁମାର ପ୍ରଧାନ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ ସାହୁ, ସତସଙ୍ଗ ସହ ପ୍ରତି ରିତିକ ନିରଞ୍ଜନ ବେହେରା, ସଞ୍ଜିବ କୁମାର ନାୟକ, ଡ. ନନ୍ଦ କିଶୋର ପ୍ରଧାନ, ଅରୁଣ କୁମାର ସାହୁ, ବି ଆଶିଷ କୁମାର ସୁବୁଦ୍ଧି, ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସତସଙ୍ଗର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇଥିଲେ ।

jittmm
Leave A Reply

Your email address will not be published.