ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ୩ଟି ଏକାଡେମିକ୍‌ ବ୍ଲକ ଉଦ୍‌ଘାଟିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସମାରୋହକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ବିଶ୍ୱବିଦ୍ୟାଳୟର ୩ଟି ନୂତନ ଏକାଡେମିକ୍‌ ବ୍ଲକକୁ ଲୋକାର୍ପିତ ମଧ୍ୟ କରିଛନ୍ତି । ଏହି ଅବସରରେ ବିଶ୍ୱବିଦ୍ୟାଳୟ ପରିସରରେ ନିର୍ମିତ ହୋଇଥିବା ନୂତନ ଭାସ୍କର୍ଯ୍ୟ ଉଦ୍ୟାନକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ ଶିଳ୍ପୀମାନଙ୍କର କଳାକୃତିର ଉଚ୍ଚ ପ୍ରଶଂସା କରିଥିଲେ । ରାଜ୍ୟ ସଂଗ୍ରହାଳୟ ଦ୍ୱାରା ପ୍ରକାଶିତ ଦୁଇଟି କାଳଜୟୀ ପୁସ୍ତକ Illustrated Palmleaf Manuscript ଓ Timeless Tales ପୁସ୍ତକ ଲୋକାର୍ପଣ କରିଥିଲେ । ଏହାସହିତ ସେ ବିଶ୍ୱବିଦ୍ୟାଳୟର ଦୃଶ୍ୟକଳା ବିଭାଗର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ଚିତ୍ରକଳା ପ୍ରଦର୍ଶନୀକୁ ବୁଲି ଦେଖିଥିଲେ । ଏହି କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, କୁଳପତି ପ୍ରଫେସର ବ୍ୟୋମକେଶ ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ ଦାଶ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.