jayashree

ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ସ୍ୱତନ୍ତ୍ର ଅଟେ । ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବାର ବିଧି ରହିଛି । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ପାଲିଙ୍କିରେ ମାଆ ଲକ୍ଷ୍ମୀ ଜଗମୋହନକୁ ବିଜେ କରିବେ । ପରେ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ । ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ସେବତୀମାଳ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ ଆଦି ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଥାନ୍ତି ।

Leave A Reply

Your email address will not be published.