oom

୨ୟ ମନୋଜ ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଜୁରାବନ୍ଧ ଓ କୁରସୁଡ଼ ବିଜୟୀ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ମନିଗାଁରେ ୨ୟ ମନୋଜ ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ପଞ୍ଚମ ଦିବସର ପ୍ରଥମ ରାଉଣ୍ଡରେ ଜୁରାବନ୍ଧ ଦଳ ବିଜୟୀ ହୋଇଥିଲା । ଏଥିରେ ଅତିଥି ଭାବେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କମିଟିର ଅଧ୍ୟକ୍ଷ ମଂଜେସ ମେହେର, ସମାଜସେବୀ ଅଶୋକ କୁମାର ଛୁରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଦ୍ଵିତୀୟ ରାଉଣ୍ଡରେ କୁରସୁଡ଼ ଓ ଝଲପ ଦଳ ମଧ୍ୟରେ ଖେଳ ହୋଇଥିବା ବେଳେ କୁରସୁଡ଼ ଦଳ ବିଜୟୀ ହୋଇଥିଲା । ଦ୍ୱିତୀୟ ରାଉଣ୍ଡ ଅତିଥି ଭାବେ ଅଶୁର୍ଲା ସ୍କୁଲର ପ୍ରଧାନ ଶିକ୍ଷକ ଭୀଷ୍ମଶଙ୍କର ଭୋଇ, ନାନାଝର ସହକାରୀ ଶିକ୍ଷକ ରୂପଧର ସାହୁ, ତେତେଲପଡା ସ୍କୁଲର ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ଭୋଇ, ହରପ୍ରସାଦ ମାଝୀ, ତେଜରାଜ ଯୋଶୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ରେଫରି ଦୁଷ୍ମନ୍ତ ସାହୁ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ଡିସେମ୍ବର ଭୋଇ ଓ ବୁଲୁ ମାଝୀ ସହଯୋଗ କରିଥିଲେ । ବିଜୟ ସିଂ ଭୋଇ ଓ ଅଭୟ ବାଗ ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟିର ସଭାପତି ଅନୀଲ ମାଝୀ, ସମ୍ପାଦକ ଅମିତ ବାଗ, କୋଷାଧ୍ୟକ୍ଷ ସୁଦାମ ବାରିକ, ମହେଶ ମାଝୀ, ଜଗନ୍ନାଥ ମାଝୀ, ଆଶିଷ ବାଗ, ଯୁବରାଜ ମାଝୀ, ଆନନ୍ଦ ମାଝୀ, ସାନନ୍ଦ ମାଝୀ ପ୍ରମୁଖଙ୍କ ସମେତ କମିଟିର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ । ଆସନ୍ତା ଜାନୁଆରୀ ୧୨ ତାରିଖ ଦିନ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

jittmm
Leave A Reply

Your email address will not be published.