ଭିତରକନିକାରେ ବଢିଲେ ବିଦେଶୀ ପକ୍ଷୀ

ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଚଳିତ ମାସ ୬ ତାରିଖରେ ବନବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୩୯ ହଜାର ୯୫୯ ପକ୍ଷୀ ଆସିଛନ୍ତି । ଅର୍ଥାତ ଗତବର୍ଷ ଠାରୁ ଚଳିତବର୍ଷ ଭିତରକନିକାକୁ ୧୮୫୨ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି । ଗତବର୍ଷ ଭିତରକନିକାକୁ ୧୪୪ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୪୦ ପ୍ରଜାତିର ପକ୍ଷୀ ଆସିଛନ୍ତି ।

ଚଳିତ ବର୍ଷ ଗ୍ରେବସ, ପେଲିକାନସ, କରମୋରାନ୍‌ଟସ ଆଣ୍ଡ ଡାର୍ଟର, ହେରନସ, ଏଗ୍ରେଟ୍ସ ଏବଂ ବିଟର୍ସ, ଷ୍ଟୋର୍କସ, ଇବିସେସ ଏବଂ ସ୍ପୁନବିଲ, ଫ୍ଲମିଙ୍ଗସ, ଗିଜ ଏବଂ ଡକସ, କ୍ରେନଓ, ରେଲସ ଏବଂ ଗାଲିନଲସ ଏବଂ କୁଟ, ଫିନଫୁଟ ଏବଂ ଜାକାନାସ, ସୋରବାର୍ଡ ୱାଡର୍ସ, ଗଲ୍‌ସ, ଟରନଓ ଏବଂ ସ୍କିନରସ ଏବଂ ଅନ୍ୟାନ୍ୟ ବିଦେଶୀ ପକ୍ଷୀ ଗଣନା ବେଳେ ଚିହ୍ନଟ କରାଯାଇଛି । ଗିଜ ଆଣ୍ଡ ଡକ୍‌ସ ଜାତୀୟ ୧୫ ପ୍ରଜାତିର ୮୧,୯୩୦ ପକ୍ଷୀ ଭିଡ ଜମାଇଛନ୍ତି । ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାୟରୁ ରକ୍ଷା ପାଇବା ପାଇଁ ହିମାଳୟ ପାଦ ଦେଶ ଓ ଲଦାଖ, ସାଇବେରିଆ ଓ ଉତ୍ତର ଗୋଲାର୍ଦ୍ଧରୁ ଏହି ପକ୍ଷୀମାନେ ଆସିଥିବା ରାଜନଗର ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.