csstore

୨ୟ ମନୋଜ ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଫାଇନାଲ୍‌ରେ ଜୁରାବନ୍ଧ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଞ୍ଚାୟତ ମନିଗାଁରେ ୨ୟ ମନୋଜ ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ସପ୍ତମ ଦିବସର ପ୍ରଥମ ସେମିଫାଇନାଲ୍‌ ମନିଗାଁ ଓ ଜୁରାବନ୍ଧ ଦଳ ମଧ୍ୟରେ ଖେଳ ହୋଇଥିବା ବେଳେ ଜୁରାବନ୍ଧ ଦଳ ବିଜୟୀ ହୋଇ ଫାଇନାଲ୍‌ ମ୍ୟାଚ୍‌ରେ ପ୍ରବେଶ କରିଛି । ଏଥିରେ ଅତିଥି ଭାବେ ବଙ୍ଗୋମୁଣ୍ଡା ୨୦ ନମ୍ବର ଜୋନ୍‌ର ଜିଲ୍ଲା ପରିଷଦ ସଦସ୍ୟ ଓମ ପ୍ରକାଶ କୁମ୍ଭାର, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା, ପୂର୍ବତନ ଭୁସଲାଡ଼ ପଞ୍ଚାୟତ ସରପଞ୍ଚ ଯୁବରାଜ ବେହେରା ପ୍ରମୁଖ ଅତିଥି ଭାବରେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ରେଫରି ଦୁଷ୍ମନ୍ତ ସାହୁ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ଡିସେମ୍ବର ଭୋଇ ଓ ବୁଲୁ ମାଝୀ ସହଯୋଗ କରିଥିଲେ । ଧନୁ ବାଗ, ଅଭୟ ବାଗ ଓ ବିଜୟ ସିଂ ଭୋଇ ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟିର ସଭାପତି ଅନୀଲ ମାଝୀ, ସମ୍ପାଦକ ଅମିତ ବାଗ, କୋଷାଧ୍ୟକ୍ଷ ସୁଦାମ ବାରିକ, ମହେଶ ମାଝୀ, ଜଗନ୍ନାଥ ମାଝୀ, ଆଶିଷ ବାଗ, ଯୁବରାଜ ମାଝୀ, ଆନନ୍ଦ ମାଝୀ, ସାନନ୍ଦ ମାଝୀ ପ୍ରମୁଖଙ୍କ ସମେତ କମିଟିର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ । ଆସନ୍ତା ଜାନୁଆରୀ ୧୨ ତାରିଖ ଦିନ ଫାଇନାଲ୍‌ ମ୍ୟାଚ୍‌ ଖେଳା ଯିବ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

jayashree
Leave A Reply

Your email address will not be published.