oom

ଆଦିବାସୀ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

jsmm

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଂ ଅଧ୍ୟକ୍ଷତା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ଼. ବିଭୂତିଭୂଷଣ ଆଚାର୍ଯ୍ୟ, ମୁଖ୍ୟବକ୍ତା ଭାବେ ଅଧ୍ୟାପକ ସରୋଜ କୁମାର ପାଠୀ, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଦୁଷ୍ମନ୍ତ ଶବର, ଯୁବ ରେଡକ୍ରସ୍ କାଉନସିଲର ଦଣ୍ଡପାଣି ଭୂୟାଁ ଦିବସ ପାଳନର ତାତ୍ପର୍ଯ୍ୟ ପ୍ରକାଶ କହିଥିଲେ । ପ୍ରଥମେ ଅତିଥିମାନେ ସ୍ଵାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ଧୂପ ଦୀପ ପ୍ରଜ୍ୱଳନ କରିଥିଲେ । ସ୍ଵେଚ୍ଛାସେବୀମାନଙ୍କ ଦ୍ଵାରା ଆୟୋଜିତ କାର୍ଯ୍ୟକ୍ରମରେ ଡ଼. ସଂଯୁକ୍ତା ନାୟକ, ପ୍ରସନ୍ନ କହଁର, ହମନ କୁମାର ଦିବାକା, ସବିତା ଓଝା, ରୂପେଶ କୁମାର ତ୍ରିପାଠୀ, ଯୋଗେଶ୍ଵର ଦିଗାଳ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

jittmm
Leave A Reply

Your email address will not be published.