csstore

ବଡମ୍ବା ଦଳାଚକଟାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

  • ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମକର ମେଳାରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

jayashree
Leave A Reply

Your email address will not be published.